ଭୁୁବନେଶ୍ୱରରେ ରାଜନାଥ
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଛନ୍ତି ।
ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବା ସହ ତାଙ୍କୁ ସ୍ୱାଗତ କରିଥିଲେ । ପ୍ରତିରକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନ ବନ୍ଦର ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।
ସୂଚନାନୁସାରେ ଶ୍ରୀ ସିଂହ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
ବୈଠକରେ ସେ ଦଳର ନେତା ଓ କର୍ମୀମାନେ ଉପସ୍ଥିତ ରହିବେ ।
ସଂଗଠନକୁ ଆହୁରି ମଜବୁତ କରାଯିବ ଏବଂ ଦଳର ରଣନୀତି ଉପରେ ଆଲୋଚନା କରାଯିବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି ।
ରାଜନାଥଙ୍କ ଏହି ଗସ୍ତକୁ ନେଇ ଦଳର କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଥିବା ଦେଖାଯାଇଛି ।