ବିଜେଡି ଛାଡ଼ିଲେ ସାଂସଦ ଦେବାଶିଷ
ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି ।
ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିଜ ଇସ୍ତଫାପଦ୍ର ପ୍ରଦାନ କରିଛନ୍ତି । ସେ ତାଙ୍କ ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି ଯେ ଦଳ ପାଇଁ ନିଜକୁ ସର୍ବଦା ଉତ୍ସର୍ଗ କରି ଆସିଛି, କିନ୍ତୁ ଦଳରେ ମୋତେ ଯଥେଷ୍ଟ ସମ୍ମାନ ଓ ଗୁରୁତ୍ୱ ମିଳୁ ନଥିଲା ।
ତେଣୁ ମୋର ସେବାକୁ ଦଳ ଆଉ ଦଳ କରୁନଥିବା ମନେ କରେ । ସେ ଆଜି ଅପରାହ୍ନରେ ବିଜେପିରେ ସାମିଲ ହେବେ ବୋଲି ସୂଚନା ମିଳିଛି । ବିଜେପଡି ରାଜନୀତିରେ ପୁଣି ଏକ ବଡ଼ କମ୍ପନ ସୃଷ୍ଟି ହୋଇଛି । ରାଜ୍ୟସଭା ସଦସ୍ୟ ତଥା ତିନିଥର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ସେ ଦଳ ଛାଡ଼ୁଥିବା ସମ୍ପର୍କରେ ଉପର ମହଲରେ ଆଲୋଚନା ଜୋର ଧରିଥିଲା ।
ଦେବାଶିଷ ଉଭୟ ବିଜେଡି ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେବେ ଏବଂ ତାଙ୍କୁ ବିଜେପି ପକ୍ଷରୁ ପୁଣି ରାଜ୍ୟସଭାକୁ ମନୋନୀତ କରାଯିବ । ଏହି ପ୍ରକାର ଘଟଣାକ୍ରମ ଯଦି ସତ ହୁଏ, ତାହେଲେ କଟକ ରାଜନୀତିରେ ଏକ ବଡ଼ ପରିବର୍ତନ ଦେଖିବାକୁ ମିଳିବ । ପ୍ରସଙ୍ଗତଃ ପୂର୍ବରୁ ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍ଗକ ଅତ୍ୟନ୍ତ ଘନିଷ୍ଠ ଥିବା ଦେବାଶିଷ ସାମନ୍ତରାୟ ବିଭିନ୍ନ କାରଣରୁ ଅସନ୍ତୁଷ୍ଟ ଥିଲେ ।
ନବୀନ ଓ ତାଙ୍କ ମଧ୍ୟରେ ଦୂରତା ସୃଷ୍ଟି କରାଯାଇ ଆସୁଥିଲା । ତାଙ୍କର ଅନୁଗତମାନଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉ ନଥିଲା । ଏମିତି ତାଙ୍କୁ ଯେଉଁ ବରିଷ୍ଠ ଉପସଭାପତି (ବରିଷ୍ଠ ନାଗରିକ) ପଦ ଦିଆଯାଇଥିଲା, ତାହାକୁ ଦେବାଶିଷ ପ୍ରତ୍ୟାଖ୍ୟାନ କରିଥିଲେ । ଗତ କିଛି ମାସ ହେଲା ଦେବାଶିଷ ବି ଦଳ ଭିତରେ ଘଟୁଥିବା ପରିବର୍ତନ ସମ୍ପର୍କରେ କୌଣସି ଟୀକା ଟିପ୍ପଣୀ ଦେବାରୁ ନିଜକୁ ଦୂରେଇ ରଖୁଥିଲେ ।
ଦେବାଶିଷ ଯଦି ବିଜେପିରେ ଯୋଗ ଦିଅନ୍ତି, ତେବେ ତାର ପ୍ରଭାବ କଟକ, ର୍ତିର୍ତୋଲ ଓ ପରାଦ୍ୱୀପ ରାଜନୀତିରେ ଅନୁଭୂତ ହେବ ବୋଲି ଆକଳନ କରାଯାଉଛି ।