ଶୀତଳ ଷଷ୍ଠୀ ପାଇଁ ଆର୍ଥିକ ଅନୁଦାନ ଘୋଷଣା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ ।
ଚଳିତ ବର୍ଷ ସମ୍ବଲପୁର ଜିଲାର ସର୍ବମୋଟ ୨୧ଟି କମିଟିକୁ ୧କୋଟି ୮ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ ।
ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତିକୁ ସ୍ୱାଗତ କରି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ସମ୍ବଲପୁରର ଶୀତଳ ଷଷ୍ଠୀ ପର୍ବ ଆମ ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସହ ଅଙ୍ଗାଙ୍ଗି ଭାବେ ଜଡ଼ିତ । ଶୀତଳ ଷଷ୍ଠୀକୁ ଭବ୍ୟତାର ସହ ପାଳନ କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତି ନେଇଛନ୍ତି ।
ଆମ ଓଡ଼ିଶାର ପର୍ବପର୍ବଣା ଓ ଯାନିଯାତ୍ରାକୁ ବିଶ୍ୱ ଦରବାରରେ ଏକ ଅନନ୍ୟ ପରିଚୟ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମନ୍ତ୍ରୀ କହିଛନ୍ତି ।