ମଇ ଦ୍ୱିତୀୟ ସପ୍ତାହରେ ଲଘୁଚାପ !
ମଇ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା ଦେଖାଦେଇଛି ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଂଚଳରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ ।
ପରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବ ବୋଲି ଆକଳନ କରୁଛି ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ (ଜିଏଫ୍ଏସ) ।
ଆସନ୍ତା ମଇ ୧୧ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ସାଇକ୍ଲୋ ଜେନିସିିସର ରୂପ ନେବାର ଆଶଙ୍କା କରାଯାଉଛି ।
ତେବେ ଏନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ ।