ଏସସିବି ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା
କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲରେ ରବିବାର ମଧ୍ୟ ରାତ୍ରିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଘଟଣାର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଆହତମାନେ ଯେପରି ଶୀଘ୍ର ସୁସ୍ଥ ହୁଅନ୍ତି ସେଥିପାଇଁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଆହତମାନେ ଯେପରି ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତି ସେଥିପାଇଁ ଆରୋଗ୍ୟ ପ୍ରାର୍ଥନା କରିଛନ୍ତି । ନିଜର ଏକ୍ସ ଆକାଉଂଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆର୍ଏଫ୍)ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ଏବଂ ପ୍ରତ୍ୟେକ ଆହତଙ୍କ ପାଇଁ ୫୦ହଜାର ଟଙ୍କା ଲେଖାଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।