ସୁଶାନ୍ତ ସିଂଙ୍କ ପରଲୋକ
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ହୋଇଯାଇଛି ।
ଭଟଲିରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ବହୁ ଦିନ ଧରି ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।
ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମନ୍ତ୍ରୀ ଶ୍ରୀ ସିଂହଙ୍କ ପରଲୋକ ଘଟିଛି ।
ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧ ବିଜେଡି ଦଳ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ ନେତୃଗଣ ଓ ମାନ୍ୟଗଣ୍ୟ ବ୍ୟକ୍ତି ଗଭୀର ଶୋକବ୍ୟକ୍ତ କରିଛନ୍ତି ।








