ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ
ହାଲ୍ ପରିଦର୍ଶନ କରିବେ
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ସେ ସୁନାବେଡ଼ାସ୍ଥିତ ହିିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍) ପରିଦର୍ଶନ ସହ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ ।
ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ ।
ଏହି ଅବସରରେ ସୁନାବେଡ଼ାରେ ମେଗା ଇଭେଂଟରେ ସାମିଲ ହେବେ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ କହିଛନ୍ତି ।
ଏହି ଭିଭିଆଇପି ଗସ୍ତ ପାଇଁ ସୁନାବେଡ଼ାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ସୁନାବେଡ଼ାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।








