ବାତିଲ ହୋଇନି ମେଟ୍ରୋ ପ୍ରକଳ୍ପ : ମନ୍ତ୍ରୀ
ରାଜ୍ୟରେ ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ବୟାନ ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ଯେ ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନାହିଁ ।
ପ୍ରକଳ୍ପକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି ।
ଭୁବନେଶ୍ୱର ମେଟ୍ରୋ କର୍ପୋରେସନ ବନ୍ଦ ହୋଇ, ଅଫିସ କାମ ଚାଲୁଛି । ମେଟ୍ରୋ ପ୍ରକଳ୍ପ ପ୍ରସଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବିଚାରାଧୀନ ରହିଛି । ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି ମଧ୍ୟ ଗଠନ ହୋଇଛି ।
ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସାଂସଦ ଅପରାଜିତା ମହାନ୍ତି । ଏହି ପ୍ରକଳ୍ପକୁ ବନ୍ଦ ନିଷ୍ପତି ଉପରେ ପୁନଃବିଚାର କରିବାକୁ ଅପରାଜିତାଙ୍କ ଚିଠି ।
ଜନସଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ନିଷ୍ପତି ପୁନଃବିଚାର କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ସାଂସଦ ଅପରାଜିତା । ସେ କହିଛନ୍ତି ଯେ କିଛି ପ୍ରକଳ୍ପ ଲାଭ ପାଇଁ ନୁହେଁ, ବରଂ ଜନସାଧାରଣଙ୍କ ହିତ ପାଇଁ କରାଯାଏ ।