୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ
ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟ, ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ରେଭେନ୍ସା ବିଶ୍ୱବିଦ୍ୟାଳୟ କୁଳପତି
ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି ସରକାର । ଏ ନେଇ ଜାରି ସରକାରୀ ବିଜ୍ଞପ୍ତି ଅନୁଯାୟୀ ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ନିଯୁକ୍ତ ହୋଇଥିବାବେଳେ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ରେଭେନ୍ସା ବିଶ୍ୱବିଦ୍ୟାଳୟ କୁଳପତି ନିଯୁକ୍ତି ହୋଇଛନ୍ତି ।
ସେହିପରି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଫକୀର ମୋହନ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ସଞ୍ଜୟ କୁମାର ପାତ୍ର ଧରଣୀଧର ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ବ୍ୟୋମକେଶ ତି୍ରପାଠୀ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ଅସୀମା ସାହୁ ଖଲ୍ଲିକୋଟ ୟୁନିଟାରୀ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ପୱନ କୁମାର ଅଗ୍ରୱାଲ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ଶିବରାମ ତି୍ରପାଠୀ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ଏମଏସସିବିଡି ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ବିଭୂତି ଭୂଷଣ ମଲିକ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ଜ୍ୟୋତ୍ସ୍ନା କେବି ରାଉତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ପ୍ରଭାତ କୁମାର ମହାପାତ୍ର ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ହୃଷିକେଶ ସେନାପତି ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ସତ୍ୟନାରାୟଣ ଆଚାର୍ଯ୍ୟ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି ।