୪ ସହରକୁ ୟେଲୋ ୱାର୍ଣ୍ଣିଂ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ଭୀଷଣ ବର୍ଷା ଲାଗି ରହିଛି ।
ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି ।
ଦ୍ୱିପ୍ରହର ୧ଟା ସୁଦ୍ଧା ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।
ଏହାକୁ ଦେଖି ପାଣିପାଗ ବିଭାଗ ୪ ସହରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ଲଗାଣ ବର୍ଷାକୁ ଲକ୍ଷ୍ୟ ରଖି ଭଦ୍ରକ ଜିଲାରେ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଅନିର୍ଦିଷ୍ଟ କାଳ ପାଇଁ ବନ୍ଦ ରଖାଯାଇଛି ।